ଦେଶରେ ୨୪ ଘଣ୍ଟା ମଧ୍ୟରେ ଆଉ ୪୯୨ କରୋନା ଆକ୍ରାନ୍ତ ଚିହ୍ନଟ

ନୂତନ ସଂକ୍ରମଣ ଓ ୪ ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି….

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ହ୍ରାସ ପାଇ ୫୦୦ ତଳକୁ ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ହ୍ରାସ ପାଇ ସାଢ଼େ ୬ ହଜାର ତଳକୁ ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୯୨କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪ ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି। ଏଥିରେ କେରଳ ପିଛିଲା ଭାବେ ୩ଜଣଙ୍କ ମୃତ୍ୟୁ ସାମିଲ କରିଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୪୯୨ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୬୯,୦୧୫ରେ ପହଞ୍ଚିଛି।