ଦେଶରେ ୨୪ ଘଣ୍ଟା ମଧ୍ୟରେ ୫,୮୭୪ କରୋନା ସଂକ୍ରମଣ ଚିହ୍ନଟ

ନୂଆଦିଲ୍ଲୀ: ଆଜି ଦେଶରେ ୫,୮୭୪ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ଏହାସହିତ କୋଭିଡ ଆକ୍ରାନ୍ତଙ୍କ ମଧ୍ୟରୁ ୨୫ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଆଜି ଦେଶରେ ୨୪ ଘଣ୍ଟାରେ ୫,୮୭୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କୋଭିଡ୍ ସଂକ୍ରମଣରୁ ୮ ହଜାର ୧୪୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ତଳକୁ ଖସିଥିବାବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୪୯ ହଜାର ୧୫ରେ ପହଞ୍ଚିଛି।