ଦେଶରେ ୨୪ ଘଣ୍ଟା ମଧ୍ୟରେ ୫,୮୮୦ କରୋନା ସଂକ୍ରମଣ ଚିହ୍ନଟ

ଦେଶରେ ବୃଦ୍ଧି ପାଉଥିବା କୋଭିଡ୍‌-୧୯ ସଂକ୍ରମଣର….

ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୫,୮୦୦ ଉପରେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୫,୫୦୦ ଅତିକ୍ରମ କରିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

ଉଲ୍ଲେଖଯୋଗ୍ୟ, ଦେଶରେ ବୃଦ୍ଧି ପାଉଥିବା କୋଭିଡ୍‌-୧୯ ସଂକ୍ରମଣର ମୁକାବିଲା ନିମନ୍ତେ ଡାକ୍ତରଖାନାଗୁଡ଼ିକର ପ୍ରସ୍ତୁତି ସମୀକ୍ଷା ଲାଗି ଆଜି ଓ ଆସନ୍ତକାଲି ଦେଶବ୍ୟାପୀ ‘ମକ୍‌ ଡ୍ରିଲ୍‌’ କରାଯିବ। ଏଥିରେ ସରକାରୀ ଓ ବେସରକାରୀ ଡାକ୍ତରଖାନା ସବୁ ଭାଗ ନେବେ।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୫,୮୮୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୫,୮୮୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୭,୬୨,୪୯୬ରେ ପହଞ୍ଚିଛି।