ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୬ କରୋନା ପଜିଟିଭ୍ ଚିହ୍ନଟ

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪ ଜଣ କ୍ୱାରେଣ୍ଟାଇନ୍….

ଭୁବନେଶ୍ୱର : ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬୨୬୧କୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ, କୋରାପୁଟ ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ଜଣେ ରହିଛନ୍ତି ।