ଦେଶରେ ୨୪ ଘଣ୍ଟା ମଧ୍ୟରେ ୮୦୧ ନୂତନ ସଂକ୍ରମଣ ଚିହ୍ନଟ

ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ହ୍ରାସ ପାଇ ୧୦୦୦ ତଳେ ଥିବା ବ‌େଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୧୫,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୮୦୧ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୮୦୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୯, ୮୧,୪୭୫ରେ ପହଞ୍ଚିଛି।