ଦେଶରେ ୨୪ ଘଣ୍ଟା ମଧ୍ୟରେ ୮୪୩ କରୋନା ସଂକ୍ରମଣ ଚିହ୍ନଟ
ମହାରାଷ୍ଟ୍ର ଗୋଟିଏ ଲେଖାଏଁ ମୃତ୍ୟୁ ରିପୋର୍ଟ କରିଥିବା ବେଳେ…
ନୂଆଦିଲ୍ଲୀ: ଦୀର୍ଘ ୧୨୬ ଦିନ ପରେ ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୮୦୦୦ ଟପିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ୫୦୦୦ରୁ ଯଥେଷ୍ଟ ଅଧିକ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୮୪୩ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୮୪୩ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୯୪,୩୪୯ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ଝାଡ଼ଖଣ୍ଡ ଓ ମହାରାଷ୍ଟ୍ର ଗୋଟିଏ ଲେଖାଏଁ ମୃତ୍ୟୁ ରିପୋର୍ଟ କରିଥିବା ବେଳେ, କେରଳ ମଧ୍ୟ ପିଛିଲା ଭାବେ ୨ଟି ମୃତ୍ୟୁ ଯୋଗ କରିଛି। ଫଳରେ ଦେଶରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୭୯୯କୁ ବୃଦ୍ଧି ପାଇଛି।