ଦେଶରେ ୨୪ ଘଣ୍ଟା ମଧ୍ୟରେ ୯,୩୫୫ ନୂଆ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଥିଲେ ବି ୯,୦୦୦ ଉପରେ ରହିଛି, କିନ୍ତୁ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୮,୦୦୦ ତଳକୁ ଖସି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୯,୩୫୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୯,୩୫୫ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪.୪୯ କୋଟିରେ ପହଞ୍ଚିଛି।