ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ୧୧୨୨ କରୋନା ପଜିଟିଭ୍ ଚିହ୍ନଟ

ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୬୪ ଜଣ ସଂକ୍ରମିତ ରହିଛନ୍ତି…

ଭୁବନେଶ୍ୱର : ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୨୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୫୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୬୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୬୪ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୦୧୯୯୫କୁ ବୃଦ୍ଧି ପାଇଛି ।