ଦେଶରେ ପୁଣି ଉପରମୁହାଁ କରୋନା ଗ୍ରାଫ୍‍

କିଛି ଦିନ ପରେ ପୁଣି ଆ୍ରକାନ୍ତଙ୍କ ସଂଖ୍ୟା ବୃଦ୍ଧି….

ନୂଆଦିଲ୍ଲୀ : ଦେଶରେ ପୁଣି ଉପରମୁହାଁ କରୋନା ଗ୍ରାଫ୍‍। କିଛି ଦିନ ପରେ ପୁଣି ଆ୍ରକାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଦିନକରେ ଆଉ ୨,୫୨୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୩୦,୫୪,୯୫୨କୁ ବୃଦ୍ଧି ପାଇଛି।

ସେହିପରି ୧,୬୫୬ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୪,୨୫,୧୭,୭୨୪ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୭୫%। ଚିକିତ୍ସାଧୀନ ଅବସ୍ଥାରେ ଆଉ ୩୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୨,୧୪୯ରେ ପହଞ୍ଚିଛି। ମୃତ୍ୟୁହାର ୧.୨୧%।୧୫,୦୭୯ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ସକ୍ରିୟ ଆକ୍ରାନ୍ତହାର ୦.୦୪%। ଦିନକ ପୂର୍ବରୁ ୪,୫୫,୧୭୯ ନମୁନା ପରୀକ୍ଷା କରାଯାଇଥିବା ବେଳେ ମୋଟ ୮୩,୪୨,୮୧,୧୭୦ ନମୁନା ପରୀକ୍ଷା କରାଯାଇଛି। ଦିନକ ଆଗରୁ ୧୯,୧୩,୨୯୬ ଟିକା ନେଇଥିବା ବେଳେ ମୋଟ ୧,୮୭,୪୬,୭୨,୫୩୬ ଟିକାକରଣ କରାଯାଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।