ଦେଶରେ ୨୪ ଘଣ୍ଟା ମଧ୍ୟରେ ଆଉ ୧୨୪ କରୋନା ସଂକ୍ରମଣ ଚିହ୍ନଟ
ଦେଶରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୭୫୦ ଥିବା ରେକର୍ଡ କରାଯାଇଛି…
ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୧୦୦ ଉପରେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୪୩ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୨୪ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୨୪ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୮୪,୧୧୮ କୋଟିରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ଦେଶରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୭୫୦ ଥିବା ରେକର୍ଡ କରାଯାଇଛି।