ଦେଶରେ ୨୪ ଘଣ୍ଟା ମଧ୍ୟରେ ଆଉ ୧୩୨୭୨ କରୋନା ଆକ୍ରାନ୍ତ ଚିହ୍ନଟ

ଏବେ କରୋନା ସଂକ୍ରମଣ ବଢିଛି…..

ନୂଆଦିଲ୍ଲୀ : କମିବା ପରେ ପୁଣି ବଢିଲା କରୋନା ଗ୍ରାଫ୍। ଦେଶରେ ମାମଲା ସାମୟିକ କମିବା ପରେ ପୁଣି ବଢିବା ଆରମ୍ଭ କରିଛି। ଏବେ କରୋନା ସଂକ୍ରମଣ ବଢିଛି। ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗିନି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ଏବେ ୧୩ ହଜାର ଉପରେ ରହିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୩ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୩୨୭୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।