ଦେଶରେ ୨୪ ଘଣ୍ଟା ମଧ୍ୟରେ ଆଉ ୧୭୪ କରୋନା ସଂକ୍ରମଣ ଚିହ୍ନଟ

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ୨ ଶହ ତଳେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଗତକାଲି ଅପେକ୍ଷା କିଛି ହ୍ରାସ ପାଇ ୨.୫ ହଜାର ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୭୪ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୭୪ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୮୦,୭୫୭ରେ ପହଞ୍ଚିଛି। ସେହିପରି, ମହାରାଷ୍ଟ୍ରରେ ଗୋଟିଏ ମୃ୍ତ୍ୟୁ ରେକର୍ଡ କରାଯିବା ଓ କର୍ଣ୍ଣାଟକ ପିଛିଲା ଭାବେ ଗୋଟିଏ ମୃତ୍ୟୁ ସାମିଲ କରିବାଦ୍ବାରା ଗତ ୨୪ ଘଣ୍ଟାରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୭୨୫ରେ ପହଞ୍ଚିଛି।