ଦେଶରେ ୨୪ ଘଣ୍ଟା ମଧ୍ୟରେ ଆଉ ୧୯୩ କରୋନା ସଂକ୍ରମଣ ଚିହ୍ନଟ

ଗତ ୨୪ ‌ଘଣ୍ଟାରେ ଦିଲ୍ଲୀରୁ ୧ଟି ମୃତ୍ୟୁ ରିପୋର୍ଟ କରାଯିବା ପରେ….

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୯୦ ଉପରେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୦୦କୁ ବୃଦ୍ଧି ପାଇଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୯୩ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୯୩ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୮୫,୪୫୦ କୋଟିରେ ପହଞ୍ଚିଛି। ଗତ ୨୪ ‌ଘଣ୍ଟାରେ ଦିଲ୍ଲୀରୁ ୧ଟି ମୃତ୍ୟୁ ରିପୋର୍ଟ କରାଯିବା ପରେ ଦେଶରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୭୬୩ ହୋଇଥିବା  ରେକର୍ଡ କରାଯାଇଛି।