ଦେଶରେ ୨୪ ଘଣ୍ଟା ମଧ୍ୟରେ ଆଉ ୧୯,୪୦୬ କରୋନା ଆକ୍ରାନ୍ତ ଚିହ୍ନଟ

ଫଳରେ ମୋଟ୍‌ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଛି….

ନୂଆଦିଲ୍ଲୀ: ଦେଶରେ କମୁନି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଆଉ ୧୯ ହଜାର ୪୦୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ତୁଳନାରେ ଆଜି ସୁସ୍ଥତା ସଂଖ୍ୟା ବୃଦ୍ଧି ପାଇଛି । ଫଳରେ ମୋଟ୍‌ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଛି । ଗୋଟିଏ ଦିନରେ କରୋନାରୁ ଆଉ ୧୯ ହଜାର ୯୨୮ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତା ସଂଖ୍ୟାକୁ ମିଶାଇ ଦେଶରେ ମୋଟ୍‌ ଏଯାଏ ୪,୩୪,୬୫,୫୫୨ ଜଣ ସୁସ୍ଥ ହୋଇସାରିଛନ୍ତି । ସେହିପରି ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ୍‌ କରୋନା ଜନିତ ମୃତ୍ୟୁସଂଖ୍ୟା ୫,୨୬,୬୪୯ ରହିଛି ।