ଦେଶରେ ୨୪ ଘଣ୍ଟା ମଧ୍ୟରେ ଆଉ ୧୯,୬୭୩ କରୋନା ଆକ୍ରାନ୍ତ ଚିହ୍ନଟ

ଦେଶରେ କରୋନା ସଂକ୍ରମଣ ଜାରି ରହିଥିବାରୁ କିଛି ଆକ୍ରାନ୍ତଙ୍କ ମଧ୍ୟ ମୃତ୍ୟୁ ହେଉଛି….

ନୂଆଦିଲ୍ଲୀ: ଦେଶରେ କମୁନି କରୋନା ସଂକ୍ରମଣ । ଗତ କିଛି ଦିନ ହେଲା ଦେଶରେ ଦୈନିକ କରୋନା ସଂକ୍ରମଣରେ ହ୍ରାସ ଘଟୁନାହିଁ । ଗତ ୨୪ ଘଣ୍ଟାରେ ଦେଶରେ ଆଉ ୧୯,୬୭୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ସଂକ୍ରମଣ ଜାରି ରହିଥିବାରୁ କିଛି ଆକ୍ରାନ୍ତଙ୍କ ମଧ୍ୟ ମୃତ୍ୟୁ ହେଉଛି । କରୋନା ଯୋଗୁ ଗତ ୨୪ ଘଣ୍ଟାରେ ଆଉ ୩୯ଜଣଙ୍କ ମୃତ୍ୟୁ ହୋଇଛି । ସେପଟେ ଲଗାତର ଦେଶରେ କରୋନା ସଂକ୍ରମଣ ବଢ଼ୁଥିବାରୁ ଏକ ଲକ୍ଷ ୪୩ ହଜାର ଉପରେ ରହିଛି ମୋଟ୍ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ।