ନୂଆଦିଲ୍ଲୀ : ଦେଶରେ ଗତ କିଛି ଦିନ ମଧ୍ୟରେ ପୁଣି ଦୈନିକ ସଂକ୍ରମଣ ବୃଦ୍ଧି ପାଉଛି। ଦିନକରେ ଆଉ ୨୦ ହଜାର ୫୫୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୩୮,୦୩,୬୧୯କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୪୦ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୮,୩୮୮ରେ ପହଞ୍ଚିଛି। ମୃତ୍ୟୁ ହାର ୧.୨୧%। ସେହିପରି ଆଉ ୧୮,୫୧୭ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୩୧,୩୨,୧୪୦ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆରୋଗ୍ୟ ହାର ୯୮.୪୭%। ଆଉ ୧,୪୩,୦୯୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୩୩%। ଦିନକ ଆଗରୁ ଆଉ ୪,୯୮,୦୩୪ ନମୁନା ପରୀକ୍ଷା କରାଯାଇଥିବା ବେଳେ ମୋଟ ୮୭,୦୬,୫୩,୪୮୬ ନମୁନା ପରୀକ୍ଷା କରାଯାଇଛି।