ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ୨୦୬ କରୋନା ପଜିଟିଭ ଚିହ୍ନଟ

୧୮ ବର୍ଷ ବୟସ ମଧ୍ୟରେ ୨୬ ଜଣ ସଂକ୍ରମିତ ରହିଛନ୍ତି….

ଭୁବନେଶ୍ୱର : ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୯ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୨୬ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୩୭୦୭କୁ ବୃଦ୍ଧି ପାଇଛି ।