ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ୨୩୧ କରୋନା ପଜିଟିଭ୍‌ ଚିହ୍ନଟ 

ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷର ମଧ୍ୟରେ ୩୦ଜଣ ସଂକ୍ରମିତ ରହିଛନ୍ତି…

ଭୁବନେଶ୍ୱର: ରାଜ୍ୟରେ ହଜାରେ ଟପିଲା ମୋଟ୍‌ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ରାଜ୍ୟରେ ମୋଟ୍ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧ହଜାର ୩୫ ରହିଥିବା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେପଟେ ଆଜି ବି ରାଜ୍ୟରେ ୨ଶହ ଉପରେ ରହିଛି ଦୈନିକ କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଆଉ ୨୩୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୧୩୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୯୬ଜଣ ରହିଥିବା ସୂଚନା ଦିଆଯାଇଛି । ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷର ମଧ୍ୟରେ ୩୦ଜଣ ସଂକ୍ରମିତ ରହିଛନ୍ତି ।