ଭୁବନେଶ୍ୱର : ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୧୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୦୨ ଜଣ ସଂକ୍ରମିତ ରହିଛନ୍ତି । ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬୩୦୪କୁ ବୃଦ୍ଧି ପାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୬୩୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୨୬୯୧୫ ଜଣ ସୁସ୍ଥ ହୋଇଛନ୍ତି ।