ଦେଶରେ ଆଉ ୨,୮୨୭ କରୋନା ଆକ୍ରାନ୍ତ ଚିହ୍ନଟ

ଦେଶରେ ଗତ କିଛି ଦିନ ହେବ କରୋନା ସଂକ୍ରମଣ ତିନି ହଜାର….

ନୂଆଦିଲ୍ଳୀ: ଦେଶରେ ଗତ କିଛି ଦିନ ହେବ କରୋନା ସଂକ୍ରମଣ ତିନି ହଜାର ତଳେ ରହୁଛି । ସଂକ୍ରମଣ ତୁଳନାରେ ସୁସ୍ଥତା ସଂଖ୍ୟା ବୃଦ୍ଧି ପାଉଥିବା ମଧ୍ୟ ଦେଖିବାକୁ ମିଳୁଛି । ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରୁ ୨ହଜାର ୮୨୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗୋଟିଏ ଦିନରେ ୩ହଜାର ୨୩୦ଜଣ କରୋନା ଆକ୍ରନ୍ତ ସୁସ୍ଥ ହୋଇଛନ୍ତି ।  ଯାହା ଫଳରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଦେଶରେ ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି ।  ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୯ ହଜାର ୬୭ରେ ପହଞ୍ଚିଛି । ସେହିପରି ଗତ ୨୪ ଘଣ୍ଟାରେ ଆଉ ୨୪ ଜଣ କରୋନା ଯୋଗୁ ମୃତ୍ୟୁବରଣ କରିଛନ୍ତି ।  ସ୍ୱାସ୍ଥ୍ୟ ବିଭାଗର ରିପୋର୍ଟ ଅନୁଯାୟୀ ଦେଶରେ ଏଯାଏ କରୋନାରୁ ମୋଟ୍‌ ୪,୨୫,୭୦,୧୬୫ଜଣ ସୁସ୍ଥ ହୋଇଥିବା ବେଳେ ମୋଟ୍‌ ୫,୨୪,୧୮୧ ଜଣଙ୍କ ମୃତ୍ୟୁ ହୋଇଛି ।