ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ୨୮୭ କରୋନା ପଜିଟିଭ୍ ଚିହ୍ନଟ
ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୬୨ ଜଣ ସଂକ୍ରମିତ ରହିଛନ୍ତି……
ଭୁବନେଶ୍ୱର : ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୮୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୮ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୧୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୬୨ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୫୦୬୧କୁ ବୃଦ୍ଧି ପାଇଛି ।