ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ୨୯୬ କରୋନା ପଜିଟିଭ୍ ଚିହ୍ନଟ

ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୪ ଜଣ ସଂକ୍ରମିତ ରହିଛନ୍ତି…..

ଭୁବନେଶ୍ୱର : ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୯୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୪ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୨୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୪ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୫୭୬୬କୁ ବୃଦ୍ଧି ପାଇଛି ।