ଦେଶରେ ୨୪ ଘଣ୍ଟା ମଧ୍ୟରେ ଆଉ ୪,୨୭୨ କରୋନା ଆକ୍ରାନ୍ତ ଚିହ୍ନଟ

ନୂତନ ସଂକ୍ରମଣ ଓ ୨୭ ମୃତ୍ୟୁ ରେକର୍ଡ କରାଯାଇଛି…..

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ସଂଖ୍ୟା ପୁଣି ବୃଦ୍ଧି ପାଇ ୪ ହଜାର ଟପିଯାଇଛି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ୪୧ ହଜାର ତଳେ ଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍ସାଇଟ୍ରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪,୨୭୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୭ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୪,୨୭୨ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୫,୮୩,୩୬୦ରେ ପହଞ୍ଚିଛି।