ଦେଶରେ ୨୪ ଘଣ୍ଟା ମଧ୍ୟରେ ଆଉ ୪୪୪ କରୋନା ସଂକ୍ରମଣ ଚିହ୍ନଟ

କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି…

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୫୦୦ ତଳକୁ ହ୍ରାସ ପାଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩,୮୦୯କୁ ବୃଦ୍ଧି ପାଇଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୪୪ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୪୪୪ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୯୦,୯୩୬ରେ ପହଞ୍ଚିଛି। ଗତ ୨୪ ‌ଘଣ୍ଟାରେ ତାମିଲନାଡୁରେ ଗୋଟିଏ ମୃତ୍ୟୁ ରେକର୍ଡ କରିବାରୁ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୭୮୨କୁ ବୃଦ୍ଧି ପାଇଛି।