ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ୪୯ କରୋନା ପଜିଟିଭ୍ ଚିହ୍ନଟ

ସେହିଭଳି ୧୨ ବର୍ଷ ବୟସ ମଧ୍ୟରେ ୪ ଜଣ ସଂକ୍ରମିତ ରହିଛନ୍ତି….

ଭୁବନେଶ୍ୱର : ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୨ ବର୍ଷ ବୟସ ମଧ୍ୟରେ ୪ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫୫୦୩କୁ ବୃଦ୍ଧି ପାଇଛି ।