ଦେଶରେ ୨୪ ଘଣ୍ଟା ମଧ୍ୟରେ ଆଉ ୫୨୪ କରୋନା ସଂକ୍ରମଣ ଚିହ୍ନଟ

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ…

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୫୦୦ରୁ ଅଧିକ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩,୬୧୮କୁ ବୃଦ୍ଧି ପାଇଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୫୨୪ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୫୨୪ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୯୦,୪୨୯ରେ ପହଞ୍ଚିଛି। ଗତ ୨୪ ‌ଘଣ୍ଟାରେ କେରଳର ପିଛିଲା ଭାବେ ଗୋଟିଏ ମୃତ୍ୟୁ ରେକର୍ଡ କରିବାରୁ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୭୮୧କୁ ବୃଦ୍ଧି ପାଇଛି।