ଦେଶରେ ୨୪ ଘଣ୍ଟା ମଧ୍ୟରେ ଆଉ ୫୫୬ କରୋନା ସଂକ୍ରମଣ ଚିହ୍ନଟ

୧୭ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି…..

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସାମାନ୍ୟ ହ୍ରାସ ପାଇ ୬୦୦ ତଳକୁ ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ହ୍ରାସ ପାଇ ୭୦୦୦ ତଳକୁ ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୫୫୬ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୭ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି।

ଏଥିରେ କେରଳ ପିଛିଲା ଭାବେ ୧୫ଜଣଙ୍କ ମୃତ୍ୟୁ ସାମିଲ କରିଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୫୫୬ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୬୮,୫୨୩ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୧୭ଜଣଙ୍କ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୫୭୦ରେ ପହଞ୍ଚିଛି।