ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ୯୨୦ କରୋନା ପଜିଟିଭ୍ ଚିହ୍ନଟ

ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୬୬ ଜଣ ସଂକ୍ରମିତ ରହିଛନ୍ତି….

ଭୁବନେଶ୍ୱର : ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୨୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୩୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୮୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୬୬ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୧୫୬୦୩କୁ ବୃଦ୍ଧି ପାଇଛି ।