ଦେଶରେ ୨୪ ଘଣ୍ଟା ମଧ୍ୟରେ ଆଉ ୯୫୨୦ କରୋନା ଆକ୍ରାନ୍ତ ଚିହ୍ନଟ

ଏବେ କରୋନା ସଂକ୍ରମଣ କମିଛି….

ନୂଆଦିଲ୍ଲୀ : କମିଲା କରୋନା ଗ୍ରାଫ୍। ଦେଶରେ ମାମଲା ସାମୟିକ ବଢିବା ପରେ ପୁଣି କମିବା ଆରମ୍ଭ କରିଛି। ଏବେ କରୋନା ସଂକ୍ରମଣ କମିଛି । ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ଏବେ ୧୦ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୯୫୨୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।