ନୂଆଦିଲ୍ଲୀ : ଦେଶରେ ପୁଣି କାୟା ମେଲାଇଛି ସଂକ୍ରମଣ । ଦେଶରେ ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ଦୁଇ ହଜାର ତଳକୁ ଖସିବା ପରେ ପୁଣି ବଢିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ ୨୪ ଘଣ୍ଟାରେ ୨୪୮୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୦ ଲକ୍ଷ ୬୨ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୧୫୬୩୬ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୫ ଲକ୍ଷ ୨୩ ହଜାର ୩୧୧ ଜଣ ସୁସ୍ଥ ହୋଇ ଫେରିଛନ୍ତି ।