ଦେଶରେ କରୋନା ସଂକ୍ରମଣ ଓ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗିଛି

ନୂଆଦିଲ୍ଲୀ: ଦେଶରେ କମୁଛି କରୋନା ସଂକ୍ରମଣ । କରୋନା ସଂକ୍ରମଣ ଓ ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୨ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୨୭ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୭୬୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୨୭ ଛୁଇଁଛି । ଏବେସୁଦ୍ଧା ଦେଶରେ ପ୍ରାୟ ୪,୦୦,୩୦,୦୦୦ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୨୬୨୪୦ ସକ୍ରିୟ ମାମଲା ରହିଛି ଏବଂ ୪ କୋଟି ୨୪ ଲକ୍ଷ ୬୫ ହଜାର ୧୨୨ ଜଣ ସୁସ୍ଥ ହୋଇ ଫେରିଛନ୍ତି ।