ଦେଶରେ ପୁଣି ଡରାଇଲାଣି ସଂକ୍ରମଣ

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ ୨୪ ଘଣ୍ଟାରେ ୭୨୪୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି…

ନୂଆଦିଲ୍ଲୀ : ଦେଶରେ ପୁଣି ଡରାଇଲାଣି ସଂକ୍ରମଣ । ଦେଶରେ କିଛି ଦିନ ବ୍ରେକ୍‌ ପରେ ଏବେ କରୋନା ସଂକ୍ରମଣ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ । ୪ ଲକ୍ଷ ଟ୍ରେଣ୍ଡ୍‌ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୭ ହଜାର ତଳକୁ ଖସିବା ପରେ ପୁଣି ବଢିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ ୨୪ ଘଣ୍ଟାରେ ୭୨୪୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।