ଆଜି ରାଜ୍ୟରୁ ଚିହ୍ନଟ ହେଲେ ୧୫ ଜଣ କୋଭିଡ୍ ପଜିଟିଭ୍

ଆଜି ୧୫ ଜଣ କୋଭିଡ୍ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୦ ଜଣ..

ଭୁବନେଶ୍ୱର : ଆଜି ରାଜ୍ୟରେ ୧୫ ଜଣ କୋଭିଡ୍ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୦ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫ ଜଣ ଚିହ୍ନଟ ହୋଇଛନ୍ତି । ଆଜି ୧୮ ବର୍ଷରୁ କମ୍ ବୟସର ୫ ଜଣ ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୩୭୨ରେ ପହଞ୍ଚିଛି ।

ସେହିପରି ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୯ ହଜାର ୮୩ ଜଣ ରହିଥିବା ବେଳେ ୧୧୦ ସକ୍ରିୟ ଆକ୍ରାନ୍ତ ରହିଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।