୨୪ ଘଣ୍ଟାରେ ଦେଶରେ ଆଉ ୨୧,୪୧୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ଚିକିତ୍ସାଧୀନ ଅବସ୍ଥାରେ ୬୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୫,୯୯୭ରେ ପହଞ୍ଚିଛି….
ନୂଆଦିଲ୍ଲୀ : ଦେଶରେ ଲଗାତାର କିଛି ଦିନ ମଧ୍ୟରେ ଦୈନିକ ସଂକ୍ରମଣ ୨୧ ହଜାର ଅତିକ୍ରମ କରୁଛି। ଦିନକରେ ଦେଶରେ ଆଉ ୨୧,୪୧୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୩୮,୬୮,୪୭୬କୁ ବୃଦ୍ଧି ପାଇଛି। ସେହିପରି ୨୦,୭୨୬ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୩୧,୯୨,୩୭୯ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୪୬%। ଚିକିତ୍ସାଧୀନ ଅବସ୍ଥାରେ ୬୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୫,୯୯୭ରେ ପହଞ୍ଚିଛି। ମୃତ୍ୟୁହାର ୧.୨୦%। ୧,୫୦,୧୦୦ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୩୪%।