୨୪ ଘଣ୍ଟାରେ ରାଜ୍ୟରେ ୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଗତ କିଛି ଦିନର ବ୍ୟବଧାନ ପରେ ରାଜ୍ୟରେ ପୁଣି

ଭୁୁବନେଶ୍ୱର : ଗତ କିଛି ଦିନର ବ୍ୟବଧାନ ପରେ ରାଜ୍ୟରେ ପୁଣି ଏକ ଅଙ୍କ ବିଶିଷ୍ଟ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ୨୪ ଘଣ୍ଟାରେ ଆଉ ୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଡ଼୍ୟରେ ଜନ୍ମରୁ ୧୮ ବର୍ଷ ମଧ୍ୟରେ ଜଣେ ,ସଙ୍ଗରୋଧରୁ ୫ ଓ ସ୍ଥାନୀୟ ୩। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୯୫୯କୁ ବୃଦ୍ଧି ପାଇଛି। ୧୨,୭୮,୬୭୨ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୧୦ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୫ ଜିଲାରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ବଲାଙ୍ଗୀରରୁ ୧, କଟକ ୨, ଖୋର୍ଦ୍ଧା ୧, ସମ୍ବଲପୁର ୨ ଓ ସୁନ୍ଦରଗଡରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।