୨୪ ଘଣ୍ଟାରେ ଦେଶରେ ୨,୮୪୧ କୋଭିଡ୍‌-୧୯ ଆକ୍ରାନ୍ତ ଚିହ୍ନଟ

ଆଜି ଦେଶରେ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ଗତକାଲି ଅପେକ୍ଷା ସାମାନ୍ୟ ବୃଦ୍ଧି….

ନୂଆଦିଲ୍ଲୀ:  ଆଜି ଦେଶରେ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ଗତକାଲି ଅପେକ୍ଷା ସାମାନ୍ୟ ବୃଦ୍ଧି ପାଇ ୩ ହାଜର ପାଖାପାଖି ରହିଛି।  କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୮୪୧ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୯ ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୮୪୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୧,୧୬,୨୫୪ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୯ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୧୯୦ରେ ପହଞ୍ଚିଛି।