ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଆଉ ୧୨ହଜାର ୨୧୩ ଆକ୍ରାନ୍ତ ଚିହ୍ନଟ

ଦେଶରେ କରୋନା ସଂକ୍ରମଣ ଜାରି ରହିଥିବାରୁ କିଛି ଆକ୍ରାନ୍ତଙ୍କ ମଧ୍ୟ ମୃତ୍ୟୁ ହେଉଛି…

ନୂଆଦିଲ୍ଲୀ: ଦେଶରେ ବଢ଼ୁଛି କରୋନା ସଂକ୍ରମଣ । ଆଜି ଦେଶରେ ୧୨ ହଜାର କରୋନା ଦୈନିକ ସଂକ୍ରମଣ ପାର୍‌ କରିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଆଉ ୧୨ହଜାର ୨୧୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ସଂକ୍ରମଣ ଜାରି ରହିଥିବାରୁ କିଛି ଆକ୍ରାନ୍ତଙ୍କ ମଧ୍ୟ ମୃତ୍ୟୁ ହେଉଛି । କରୋନା ଯୋଗୁ ଗତ ୨୪ ଘଣ୍ଟାରେ ଆଉ ୧୧ଜଣଙ୍କ ମୃତ୍ୟୁ ହୋଇଛି । ସେପଟେ ଲଗାତର ଦେଶରେ କରୋନା ସଂକ୍ରମଣ ବଢ଼ୁଥିବାରୁ ୬୦ ହଜାର ନିକଟତର ହୋଇଛି ମୋଟ୍‌ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା । ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ ୫୮, ୨୧୫ ଜଣ କରୋନା ସକ୍ରିୟ ଆକ୍ରାନ୍ତ ରହିଥିବା ସୂଚନା ଦିଆଯାଇଛି ।