ଗତ ୨୪ ଘଣ୍ଟାରେ ଦେଶରେ ଆଉ ୧୩ହଜାର ୩୧୩ କରୋନା ସଂକ୍ରମିତ ଚିହ୍ନଟ

ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ ୮୩ହଜାର ୯୯୦ ଜଣ କରୋନା ସକ୍ରିୟ ଆକ୍ରାନ୍ତ ରହିଥିବା ସୂଚନା ଦିଆଯାଇଛି…

ନୂଆଦିଲ୍ଲୀ: ଦେଶରେ ଚିନ୍ତା ବଢ଼ାଉଛି ଦୈନିକ କରୋନା ସଂକ୍ରମଣ । ଲଗାତର କିଛି ଦିନ ହେବ ଦେଶରେ ସଂକ୍ରମଣ ବଢ଼ିବାରେ ଲାଗିଛି । ଆଜି ପୁଣି ଦେଶରେ ସଂକ୍ରମଣ ବୃଦ୍ଧି ପାଇଥିବା ବେଳେ ସାରା ଦେଶରୁ ଆଉ ୧୩ହଜାର ୩୧୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

କରୋନା ଯୋଗୁ ଗତ ୨୪ ଘଣ୍ଟାରେ ୩୮ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେପଟେ ଲଗାତର ଦେଶରେ କରୋନା ସଂକ୍ରମଣ ବଢ଼ୁଥିବାରୁ ୮୦ ହଜାର ଟପିଛି ମୋଟ୍‌ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା । ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ ୮୩ହଜାର ୯୯୦ ଜଣ କରୋନା ସକ୍ରିୟ ଆକ୍ରାନ୍ତ ରହିଥିବା ସୂଚନା ଦିଆଯାଇଛି । ଗୋଟିଏ ଦିନରେ ୧୦,୯୭୨ ସଂକ୍ରମିତ କରୋନାରୁ ସୁସ୍ଥ ହୋଇଛନ୍ତି ।