ଗତ ୨୪ ଘଣ୍ଟାରେ ମଧ୍ୟରେ ଦେଶରେ ଆଉ ୧୩,୬୧୫ କରୋନା ସଂକ୍ରମିତ ଚିହ୍ନଟ
ଚିକିତ୍ସାଧୀନ ଅବସ୍ଥାରେ ଆଉ ୨୦ ଆକ୍ରାନ୍ତଙ୍କ ମୃତ୍ୟୁ…
ନୂଆଦିଲ୍ଲୀ : ଦେଶରେ ଗତକାଲି ତୁଳନାରେ ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟାରେ ହ୍ରାସ ହୋଇଛି। ୨୪ ଘଣ୍ଟାରେ ଆଉ ୧୩ ହଜାର ୬୧୫ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୩୬,୫୨,୯୭୭କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୨୦ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୫,୪୭୪ରେ ପହଞ୍ଚିଛି। ମୃତ୍ୟୁହାର ୧.୨୦%। ସେହିପରି ଆଉ ୧୩,୨୬୫ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୨୯,୯୬,୪୨୭ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟହାର ୯୮.୫୦%।