ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୪୫ ଜଣ କରୋନା ସଂକ୍ରମିତ ଚିହ୍ନଟ
ରାଜ୍ୟରେ କମୁନି କରୋନା ଦୈନିକ ସଂକ୍ରମଣ । ଆଜି ବି ରାଜ୍ୟରେ…
ଭୁବନେଶ୍ୱର: ରାଜ୍ୟରେ କମୁନି କରୋନା ଦୈନିକ ସଂକ୍ରମଣ । ଆଜି ବି ରାଜ୍ୟରେ ୨ଶହ ଉପରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଆଉ ୨୪୫ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୧୪୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୧୦୩ ଜଣ ରହିଥିବା ସୂଚନା ଦିଆଯାଇଛି । ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷର ମଧ୍ୟରେ ୪୧ ଜଣ ସଂକ୍ରମିତ ରହିଛନ୍ତି ।
ସେହିପରି ଗତ ୨୪ ଘଣ୍ଟାରରେ ରାଜ୍ୟରୁ ଆଉ ୬୫ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୧୩୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କଟକରୁ ୩୮, ଷ୍ଟେଟପୁଲରୁ ୨୮ ଓ ସୁନ୍ଦରଗଡ଼ରୁ ୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୭, ଯାଜପୁରରୁ ୪, ଝାରସୁଗୁଡାରୁ ୪ଜଣ ପଜିଟିଭ୍ ଚିହ୍ନଟ ହୋଇଥଇବା ବେଳେ ବାଲେଶ୍ୱର ଓ ସମ୍ବଲପୁରୁରୁ ୩ଜଣ ଲେଖାଏ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।