ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୪୫ କରୋନା ପଜିଟିଭ ଚିହ୍ନଟ
ଏମାନଙ୍କ ମଧ୍ୟରୁ ୧୪୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ……
ଭୁବନେଶ୍ବର: ଆଜି ବି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୨ ଶହ ଉପରେ ରହିଛି। ଗତକାଲି ୨୬୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୪୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୦୧ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୪୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୬ଟି ଜିଲ୍ଲାରୁ ୨୬୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୫୮ ଜଣ ଚିହ୍ନଟ ହୋଇଛନ୍ତି।