ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୫ ଜଣ କରୋନା ପଜିଟିଭ ଚିହ୍ନଟ

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫ ଜଣ ଚିହ୍ନଟ ହୋଛନ୍ତି…

ଭୁବନେଶ୍ବର : ଆଜି ରାଜ୍ୟରେ କମିଛି କରୋନା ସଂକ୍ରମଣ। ଗତକାଲି ୪୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୦ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ଜଣେ ବି ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ନଥିବା ଜଣାଯାଇଛି। ଆଜି ରାଜ୍ୟର ୬ଟି ଜିଲ୍ଲାରୁ ୨୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୪ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫ ଜଣ ଚିହ୍ନଟ ହୋଛନ୍ତି।