ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୫୨୧ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ ଦିନକରେ ଆଉ ୨ ହଜାର ୫୨୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୦୪,୪୬୩କୁ ବୃଦ୍ଧି ପାଇଛି। ଆଉ ୩ ହଜାର ୫୫୩ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୪୦,୪୩,୪୩୬ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୭୪%।

ଚିକିତ୍ସାଧୀନ ଅବସ୍ଥାରେ ଆଉ ୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୮,୭୪୫ରେ ପହଞ୍ଚିଛି। ମୃତ୍ୟୁ ହାର ୧.୧୯%। ୩୨,୨୮୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।