ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୭୮୫ କରୋନା ଆକ୍ରାନ୍ତ ଚିହ୍ନଟ
ଆଉ ୨୯ ହଜାର ୨୫୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି……
ନୂଆଦିଲ୍ଲୀ : ଦେଶରେ ଦିନକରେ ଆଉ ୨ ହଜାର ୭୮୫ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୪୬,୦୯,୨୫୭କୁ ବୃଦ୍ଧି ପାଇଛି। ସେହିପରି ଚିକିତ୍ସାଧୀନ ଅବସ୍ଥାରେ ୧୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୮,୭୭୮ରେ ପହଞ୍ଚିଛି। ମୃତ୍ୟୁ ହାର ୧.୧୯%। ଆଉ ୩,୮୮୪ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୪୦,୫୧,୨୨୮ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୭୫% । ଆଉ ୨୯ ହଜାର ୨୫୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।