ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରୁ ୩ହଜାର ୩୭୭ କରୋନା ଆକ୍ରାନ୍ତ ଚିହ୍ନଟ

ଦେଶରେ ବଢ଼ୁଛି କରୋନା ସଂକ୍ରମଣ । ଲଗାତର କିଛି ଦିନ ହେବ ଦେଶରେ ଧୀରେଧୀରେ….

ନୂଆଦିଲ୍ଲୀ:  ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରୁ ୩ହଜାର ୩୭୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କରୋନାରୁ ଗୋଟିଏ ଦିନରେ ୨ହଜାର ୪୯୬ଜଣ ସଂକ୍ରମିତ ସୁସ୍ଥ ​‌ହୋଇଛନ୍ତି । ସେହିପରି ଗତ ୨୪ ଘଣ୍ଟାରେ ୬୦ ଜଣଙ୍କ ଜୀବନ ନେଇଛି କରୋନା । ସଂକ୍ରମଣ ତୁଳନାରେ ଦେଶରେ ସୁସ୍ଥତା ହାର ମଧ୍ୟ ହ୍ରାସ ପାଉଛି । ଯାହା ଫଳରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଦେଶରେ ବଢ଼ିବାର ଲାଗିଛି ।  ଆଜିର ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୭ ହଜାର ୮୦୧ରେ ପହଞ୍ଚିଛି ।