ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୪୬ ଜଣ କରୋନା ସଂକ୍ରମିତ ଚିହ୍ନଟ

ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷର ମଧ୍ୟରେ ୪୯ଜଣ ସଂକ୍ରମିତ ରହିଛନ୍ତି….

ଭୁବନେଶ୍ୱର: ରାଜ୍ୟରେ ୩ଶହ ଟପିଲା କରୋନା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ରାଜ୍ୟରେ ୩୪୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୨୦୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୧୪୪ଜଣ ରହିଥିବା ସୂଚନା ଦିଆଯାଇଛି । ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷର ମଧ୍ୟରେ ୪୯ଜଣ ସଂକ୍ରମିତ ରହିଛନ୍ତି । ସେହିପରି ଗତ ୨୪ ଘଣ୍ଟାରରେ ରାଜ୍ୟରୁ ଆଉ ୭୧ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୧୮୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କଟକରୁ ୫୧, ଷ୍ଟେଟପୁଲରୁ ୪୧ ଓ ସୁନ୍ଦରଗଡ଼ରୁ ୧୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି, ବାଲେଶ୍ୱର, ଜଗତସିଂହପୁର ଓ ନୂଆପଡ଼ାରୁ ୭ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।