ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୭ କରୋନା ପଜିଟିଭ ଚିହ୍ନଟ

ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୦ ଜଣ କରୋନା ପଜିଟିଭ

ଭୁବନେଶ୍ବର: ଆଜି ବି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ପଚାଶ ତଳେ ରହିଛି। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୭ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୧୦ଟି ଜିଲ୍ଲାରୁ ୩୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।