ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୮ ଜଣ କରୋନା ପଜିଟିଭ୍ ଚିହ୍ନଟ

ସଂକ୍ରମିତଙ୍କ ମଧ୍ୟରେ କଟକ ୨ଜଣ, ଖୋର୍ଦ୍ଧା ଜିଲ୍ଲା ୨୭ଜଣ, ପୁରୀ ଜିଲ୍ଲାରୁ ୩ଜଣ, ଷ୍ଟେଟ ପୁଲ୍‌ରୁ ୬ଜଣ ରହିଛନ୍ତି…

ଭୁବନେଶ୍ୱର : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୨ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୮୦୦କୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ କଟକ ୨ଜଣ, ଖୋର୍ଦ୍ଧା ଜିଲ୍ଲା ୨୭ଜଣ, ପୁରୀ ଜିଲ୍ଲାରୁ ୩ଜଣ, ଷ୍ଟେଟ ପୁଲ୍‌ରୁ ୬ଜଣ ରହିଛନ୍ତି ।