ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୧୨ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୧୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୦୦ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୧୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୫୯ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୨୯୨୮କୁ ବୃଦ୍ଧି ପାଇଛି ।