ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬,୪୦୨ କରୋନା ସଂକ୍ରମିତ ଚିହ୍ନଟ

ଚିକିତ୍ସାଧୀନ ଅବସ୍ଥାରେ ଆଉ ୧୪ ଆକ୍ରାନ୍ତଙ୍କ ମୃତ୍ୟୁ…..

ନୂଆଦିଲ୍ଲୀ : ଦେଶରେ ୨୪ ଘଣ୍ଟାରେ ଆଉ ୬ ହଜାର ୪୦୨ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୪୫,୧୩,୮୯୨କୁ ବୃଦ୍ଧି ପାଇଛି। ଏହାସହ ୫,୭୪୮ ଆକ୍ରାନ୍ତ ସୁସ୍ଥ ହୋଇ ଥିବା ବେଳେ ମୋଟ ୪,୩୯,୪୧,୮୪୦ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୭୧%। ଚିକିତ୍ସାଧୀନ ଅବସ୍ଥାରେ ଆଉ ୧୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୮,୨୫୦ରେ ପହଞ୍ଚିଛି। ମୃତ୍ୟୁହାର ୧.୧୯%। ଆଉ ୪୩,୮୦୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।